ରାଜ୍ୟ

ବାତ୍ୟା ଅମ୍ଫାନ୍‌ର ମୁକାବିଲା ପାଇଁ ପୂରା ସଜାଗ ଯାଜପୁର ଜିଲ୍ଲା ପ୍ରଶାସନ

ଯାଜପୁର ଟାଉନ: ଆସୁଛି ସାମୁଦ୍ରିକ ଝଡ ଅମ୍ପାନ । ଏଥିପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ବିଶେଷ କରି ଜିଲାରେ ବର୍ଷା ସାଂଗକୁ ପବନ ବହିବାର ସମ୍ଭାବନା ରହିଥିବାରୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ଲାଇନ ବିଭାଗକୁ ନେଇ ଆଗୁଆ ପ୍ରସ୍ତୁତି ବୈଠକ କରାଯାଇଛି । ତଳିଅଂଚଳ ଗୁଡିକ ପାଇଁ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଜିଲାର ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ବ୍ଲକ ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଛନ୍ତି ।
ବାତ୍ୟା ପରବର୍ତ୍ତୀ ଅବସ୍ଥାରେ ଯେପରି ଗଛ ଓ ଖୁଣ୍ଟ ଉପୁଡ଼ି ରାସ୍ତା ଜାମ ନ ହୁଏ ସେଥିପ୍ରତି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଜିଲାର ବିଭିନ୍ନ ସ୍ଥାନରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖାଯାଇଛି । ଆବଶ୍ୟକ ହେଲେ ଲୋକଙ୍କୁ ସେହି ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ । ଯାଜପୁର ଜିଲାରେ ଓଡରାଫ,ଏନଡିଆରଏଫ୍ ଏବଂ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଛି ।

ବିଂଝାରପୁର ବ୍ଲକ ପ୍ରଶାସନ ପକ୍ଷରୁ ମଧ୍ୟ ବାତ୍ୟାକୁ ମୁକାବିଲା କରିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛି । ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ ବ୍ଲକ ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରି ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ସଂପର୍କରେ ଆଲୋଚନା କରିଥିଲେ । ବ୍ଲକରେ ପର‌୍ୟ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ ଓ ଗୋଖାଦ୍ୟ ରଖିବାକୁ ପରାମର୍ଶ ଦିଆଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

5 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

8 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

9 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

9 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

9 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

9 hours ago