Below header

ଏପ୍ରିଲ ୧୫ ତାରିଖ ଯାଏ ଯାଜପୁର ବିରଜା ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଯାଜପୁର ଟାଉନ (କେ ନ୍ୟୁଜ୍‌) : କୋରୋନା ସଂକ୍ରମଣକୁ ରୋକିବା ପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି । ଆସନ୍ତା ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ମନ୍ଦିର ପ୍ରଶାସନ । କିନ୍ତୁ ମାଙ୍କ ପୂଜାର୍ଚ୍ଚନା ପାଳିଆ ସେବାୟତମାନେ ପୂର୍ବ ପରି ନିୟମିତ ଭାବେ କରିବେ ।

JAJPUR-1

କୋରୋନା ବିଷାଣୁ ସଂକ୍ରମଣକୁ ରୋକିବା ପାଇଁ ମନ୍ଦିର ପ୍ରଶାସନ ତରଫରୁ ଏପରି ନିଷ୍ପତ୍ତି ନେଇଥିବା ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ମନ୍ଦିର ପ୍ରଶାସକ ତଥା ଯାଜପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ ସେବାୟତ ମାନେ ଅଂଶଗ୍ରହଣ କରି ପ୍ରଶାସନର ନିଷ୍ପତ୍ତିକୁ ସ୍ୱାଗତ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.