Below header

ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ : ମଥାନୀରେ ବିପଦ ସଙ୍କେତ ଉପରେ ପ୍ରବାହିତ

ବିପଦ ସଙ୍କେତ ଉପରେ ଜଳକା। ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବବାେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୨ ମିଟରରେ ପ୍ରବାହିତ ହେଛି। ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ସହ ଜଳକା ନଦୀ ର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲା ରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି।

ବାଲେଶ୍ଵର (କେନ୍ୟୁଜ): ବିପଦ ସଙ୍କେତ ଉପରେ ଜଳକା। ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବବାେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୨ ମିଟରରେ ପ୍ରବାହିତ ହେଛି। ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ସହ ଜଳକା ନଦୀ ର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲା ରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି।

ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ନଦୀର ଜଳସ୍ତର ବଢୁଛି । ଲଘୁଚାପ ସକ୍ରିୟ ଥିବାରୁ ଆହୁରି ଦୁଇଦିନ ବର୍ଷା ହେବ ବୋଲି ସୂଚନା ରହିଛି । ଫଳରେ ବସ୍ତା ଏବଂ ସଦର ବ୍ଲକ ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତ ର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.