ରାଜ୍ୟ

ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାଶ, ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍

ଜଳେଶ୍ୱର(କେନ୍ୟୁଜ): ଭିଜିଲାନ୍ସ ପଞ୍ଝାରେ ବିଡିଓ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍‌ । କଟକ ବୟାଳିଶ ମୌଜା ଶ୍ରୀକ୍ରିଷ୍ଣା ବିହାରର ୨ ମହଲା ଘରେ ଯାଞ୍ଚ ଚାଲିଛି ।

ସେଠାରୁ ନଗଦ ଲକ୍ଷେ ୭୦ ହଜାର ଟଙ୍କା ସହ ୪୦୦ ଗ୍ରାମରୁ ଅଧିକ ସୁନା, ୨ଟି କାର୍‌, ୨ଟି ବାଇକ୍‌ ଓ ଦାମୀ ଘଡି ଜବତ କରିଛି ଭିଜିଲାନ୍ସ । ଏହାସହ କଳପଡାରେ ୩ ମହଲା ଘରେ ମଧ୍ୟ ରେଡ୍‌ କରୁଛି ଟିମ୍‌ । ସେହିପରି ଜଳେଶ୍ୱରରେ ବିଡିଓଙ୍କ କାର୍ଯ୍ୟାଳୟ , ସରକାରୀ କ୍ୱାର୍ଟରରେ ଚାଲିଛି ଛାନ୍‌ଭିନ୍‌ । ଖପୁରିଆ ସରକାରୀ ପ୍ରେସ୍‌ରେ ଅଶ୍ୱିନୀ ଦାସଙ୍କ ପତ୍ନୀ ଜ୍ୟୋତିର୍ମୟୀ ସାହୁଙ୍କ ଅଫିସ୍‌ ଓ କେନ୍ଦ୍ରାପଡା ଜିଲ୍ଲା ଆଳି ଭୁଇଁପୁରରେ ଥିବା ସମ୍ପର୍କୀୟଙ୍କ ଘରେ ଯାଞ୍ଚ ଚାଲିଛି । ଚଢାଉରେ ସାମିଲ ହୋଇଛନ୍ତି ୫ ଡିଏସ୍‌ପି, ୯ ଇନସ୍ପେକ୍ଟରଙ୍କ ସମେତ ଭିଜିଲାନ୍ସର ଅନ୍ୟ କର୍ମଚାରୀ ।

Sonalisa

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

3 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

7 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

14 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

16 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

51 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago