ରାଜ୍ୟ

ଜେଇଇ ଓଡ଼ିଶା ଟପ୍ପର ହୋଇଥିବା ପ୍ରିୟଙ୍କା ସର କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ, ଶୁଭେଚ୍ଛା ଜଣାଇଲେ ଡ.ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର(କେନ୍ୟୁଜ୍): କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ ପ୍ରିୟଙ୍କା ସର ଜେଇଇ ମେନ୍‌ରେ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି। ଜେଇଇ ମେନ୍‌ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ପ୍ରିୟଙ୍କା ଏଥିରେ ୯୯.୯୮୫ ପ୍ରତିଶତ ନମ୍ବର ରଖି ଓଡ଼ିଶା ଟପ୍‌ପର ହେବାର ଗୌରବ ଅର୍ଜନ କରିଛନ୍ତି। ଲଗାତାର ଦୁଇବର୍ଷ ଧରି କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ର ଛାତ୍ରଛାତ୍ରୀମାନେ ଜେଇଇ ଓଡ଼ିଶା ଟପ୍‌ପର ହୋଇଆସୁଛନ୍ତି। ଏଥିରେ ଖୁସି ବ୍ୟକ୍ତ କରି କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରିୟଙ୍କାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଡ.ସାମନ୍ତ କହିଛନ୍ତି ଏହି ସଫଳତା ଦ୍ୱାରା ପ୍ରିୟଙ୍କା କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ସହ ସମଗ୍ର ଓଡ଼ିଶାକୁ ଗୌରବାନ୍ୱିତ କରିପାରିଛନ୍ତି। କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ପ୍ରତିଷ୍ଠାଠାରୁ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦେଇ ଆସିଛି। ଫଳରେ ଏହାର ଛାତ୍ରଛାତ୍ରୀମାନେ କେବଳ ଶିକ୍ଷା ନୁହେଁ ଅନ୍ୟ ସମସ୍ତ କ୍ଷେତ୍ରରେ ମଧ୍ୟ ଲଗାତାର ସଫଳତା ହାସଲ କରିଆସୁଛନ୍ତି ବୋଲି ଡ. ସାମନ୍ତ କହିଛନ୍ତି।

ଏ ଦିଗରେ ନିରନ୍ତର ଉଦ୍ୟମ ଜାରି ରଖିଥିବା କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ର ଚେୟାରପର୍ସନ ଡ. ମୋନା ଲିସା ବଳ ଓ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଡ.ସାମନ୍ତ ଧନ୍ୟବାଦ ଜଣାଛନ୍ତି। ଅପରପକ୍ଷରେ ପ୍ରିୟଙ୍କା ଓ ତାଙ୍କ ଅଭିଭାବକ ଏହି ସଫଳତା ପାଇଁ କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନାଯୋଗ୍ୟ, କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ର ଆହୁରି ୧୭ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ମଧ୍ୟ ଜେଇଇ ମେନ୍‌ରେ କୃତକାର୍ଯ୍ୟ ହୋଇଛନ୍ତି ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

14 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

28 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

41 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

42 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago