Below header

ଝାରସୁଗୁଡ଼ା ଉପନିର୍ବାଚନ ବାଜି: ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ନାମାଙ୍କନ ଦାଖଲ ବେଳେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ସହ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

ଝାରସୁଗୁଡ଼ା(କେନ୍ୟୁଜ୍): ନାମାଙ୍କନ ଦାଖଲ କଲେ ତରୁଣ ପାଣ୍ଡେ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ । ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ବେଳେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ସହ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

ଉପନିର୍ବାଚନରେ ସ୍ଥାନୀୟ ନିଯୁକ୍ତି, ବପିର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ କଂଗ୍ରେସ ମୁଦ୍ଦା କରିବ ବୋଲି କହିଛନ୍ତି ପିସିସି ସଭାପତି । ୩ଥର ବିଧାୟକ ହୋଇଥିବା ସ୍ୱର୍ଗତ ବୀରେନ୍ଦ୍ର ପାଣ୍ଡେ କରିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି ତରୁଣ ପାଣ୍ଡେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.