Below header

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଯାଞ୍ଚ, ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସମେତ ୧୪ଜଣ କରିଛନ୍ତି ନାମାଙ୍କନ ଦାଖଲ

ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଉପନିର୍ବାଚନ ପାଇଁ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମେ’ ୧୦ ତାରିଖରେ ନିର୍ବାଚନ ଓ ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ ।

ଝାରସୁଗୁଡ଼ା (କେନ୍ୟୁଜ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରିଲା ନାମାଙ୍କନ । ଆଜି ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ୨୪ ତାରିଖରେ ପ୍ରତ୍ୟାହାର । ୧୪ ଜଣ ପ୍ରାର୍ଥୀ ଏହି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଉପନିର୍ବାଚନ ପାଇଁ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମେ’ ୧୦ ତାରିଖରେ ନିର୍ବାଚନ ଓ ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ ।

ଅନ୍ୟପଟେ ବିଜେଡି ଓ ବିଜେପି ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ । ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୬ ମନ୍ତ୍ରୀ ପ୍ରଚାରର ମଙ୍ଗ ଧରିବେ । ସେହିଭଳି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାରକୁ ଓହ୍ଲାଇବେ ତିନି କେନ୍ଦ୍ରମନ୍ତ୍ରୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ପୂର୍ବତନ ରାଜ୍ୟ ସଭାପତି ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.