ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଙ୍ଘନ ଅଭିଯୋଗରେ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ

ଝାରସୁଗୁଡ଼ା(କେନ୍ୟୁଜ୍): ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଙ୍ଘନ ଅଭିଯୋଗରେ ନିଲମ୍ବିତ ହେବେ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ । ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ. ଏସ୍‌ ଜାଭେରୀ ଓ ଜଷ୍ଟିସ୍‌ କେ.ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଶୁଣାଣି କରିଛନ୍ତି । ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୭ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି । ଏକ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ କେ. ବୀଣା ପଟ୍ଟନାୟକ ଅନୁମତି ପାଇଥିଲେ । ଦେକାନ ବନ୍ଦ କରିବା ପାଇଁ ଜିଲ୍ଲାପାଳଙ୍କ ଠାରେ ସ୍ଥାନୀୟ ଲୋକ ଅଭିଯୋଗ କରିବା ସହ ଦୋକାନ ଖୋଲି ଦେଇନଥିଲେ । ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । କୋର୍ଟ ଏହି ମାମଲାର ଶୁଣାଣି କରି ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ତେବେ ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ଆବେଦନକାରୀଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ । ତେବେ କୋର୍ଟଙ୍କ ଆଦେଶକୁ ଅବମାନନା କରିଥିବାରୁ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.