Below header

ଝାରସୁଗୁଡ଼ା ଉପନିର୍ବାଚନ; ଦିନ ୧୧ଟା ସୁଦ୍ଧା ୨୦.୩୮% ଭୋଟିଂ

ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଚାଲିଛି ମତଦାନ । ଦିନ ୧୧ଟା ସୁଦ୍ଧା ୨୦.୩୮% ମତଦାନ ହୋଇଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଝାରସୁଗୁଡ଼ା (କେନ୍ୟୁଜ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ ଗ୍ରହଣ । ଦିନ ୧୧ଟା ସୁଦ୍ଧା ୨୦ ଦଶମିକ ୩୮ ପ୍ରତିଶତ ଭୋଟିଂ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସକାଳ ୯ଟା ସୁଦ୍ଧା ମତଦାନ ହାର ୯.୭୫% ରହିଥିଲା । ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହିଳା ପୋଲିଂ କର୍ମଚାରୀଙ୍କୁ ନେଇ ପିଙ୍କ୍ ବୁଥ୍ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ପାଇଁ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରି ଭୋଟରଙ୍କୁ ଭବ୍ୟ ସ୍ୱାଗତ କରାଯାଉଛି । ମତ ସାବ୍ୟସ୍ତ କରୁଛନ୍ତି ୨ ଲକ୍ଷ ୨୧ ହଜାର ୭୦ ଜଣ ଭୋଟର । ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଛନ୍ତି ।

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ହୁଇଲ ଚେୟାର ଏବଂ ରାମ୍ପ୍ ବ୍ୟବସ୍ଥା କରାଯାଇଛି । ଯୁବ ଭୋଟରଙ୍କୁ ଉତ୍ସାହିତ କରିବାକୁ କରାଯାଇଛି ସେଲଫି ପଏଣ୍ଟ । ଭୋଟରଙ୍କୁ ସହାୟତା କରିବା ପାଇଁ ସ୍ବେଚ୍ଛାସେବୀ ରହିଛନ୍ତି । ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ୬ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧ- ସାମରିକ ବାହିନୀ ସହ ଓଡ଼ିଶା ପୋଲିସର ୧୯ ପ୍ଳାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.