Below header

ଆଜିଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ୬ ଦିନ ଧରି ଚାଲିବ

ଭୁବନେଶ୍ୱର(କେନ୍ୟୁଜ) : ଆଜିଠୁ ଶ୍ରୀକ୍ଷେତ୍ରରେ ରାହାସ ଉତ୍ସବ ବା ଝୁଲଣ ଯାତ୍ରା ଆରମ୍ଭ ହୋଇଛି। ଚଳିତବର୍ଷ କୋଭିଡ କଟକଣା ମଧ୍ୟରେ ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଝୁଲଣ ଯାତ୍ରା ଆରମ୍ଭ ହୋଇଛି। ୬ଦିନ ଧରି ଚାଲିବ ଏହି ଯାତ୍ରା ।

ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ ମଦନମୋହନ ଭୂଦେବୀ ଓ ଶ୍ରୀଦେବୀଙ୍କ ସହ ଝୁଲଣକୁଞ୍ଜରେ ବିରାଜମାନ କରିବେ। ଏଥିପାଇଁ ମୁକ୍ତି ମଣ୍ଡପରେ ଆକର୍ଷଣୀୟ ଝୁଲଣ କୁଞ୍ଜ ନିର୍ମାଣ ହୋଇଛି।

କୁଞ୍ଜକୁ ଆକର୍ଷଣୀୟ କରିବା ପାଇଁ ଜରି, ଜମ୍ବୁରା, ସୋଲ, ରଙ୍ଗ ଓ ନୂଆକନା ବ୍ୟବହାର କରାଯାଇଥାଏ। ଶ୍ରୀମନ୍ଦିର ସହ ମଠମନ୍ଦିର ତଥା ପୁରୀର ବିଭିନ୍ନ ଘରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ ହୁଏ। ଏଥର କୋଭିଡ କଟକଣା ପାଇଁ ଝୁଲଣ ଯାତ୍ରା ଦେଖିବାରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.