ରାଜ୍ୟ

ଆଜିଠୁ ଆରମ୍ଭ ହେଲା ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା : ଦେଶବିଦେଶରୁ ମହିମା ସାଧୁଙ୍କ ହେଉଛି ସମାଗମ

ଢେଙ୍କାନାଳ (କେନ୍ୟୁଜ): ଆଜିଠୁ ଯୋରନ୍ଦା ମାଘ ମେଳା । ୧୫୦ ତମ ଯୋରନ୍ଦା ମେଳା ଅବସରରେ ମହିମା ଗାଦିରେ ସାଧୁସନ୍ଥଙ୍କ ଭିଡ଼ । ରାଜ୍ୟ ଓ ରାଜ୍ୟବାହାରୁ ସାଧୁସନ୍ଥ ଆସି ଯୋରନ୍ଦାରେ ପହଞ୍ଚିଛନ୍ତି। ଏଥର ବିନା କଟକଣାରେ ହେବ ଯୋରନ୍ଦା ମେଳା ହେଉଥିବାରୁ ୭ରୁ ୮ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ ବୋଲି ଅନୁମାନ କରାଯାଉଛି । ମେଳାରେ ପସରା ମେଲାଇଲେଣି ବ୍ୟବସାୟୀ । ବିଶ୍ୱ ପ୍ରସିଦ୍ଧ ମାଘ ମେଳାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପାନୀୟଜଳ, ଟ୍ରାଫିକ ସମସ୍ୟା, ଶୌଚାଳୟ, ପାର୍କିଂ ଆଦିର ବ୍ୟବସ୍ଥା କରାଯାଇଛି।

ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ଝାଡ଼ବତି ପ୍ରସ୍ତୁତ କରାଯାଇ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ବରିଷ୍ଠ ସନ୍ନ୍ୟାସୀମାନଙ୍କ ଦ୍ୱାରା ପଶ୍ଚିମ ଦିଗ ଝାଡ଼ରେ ପ୍ରଥମେ ଅଗ୍ନି ସଂଯୋଗ କରାଯିବ। ପରେ ଅନ୍ୟ ଝାଡ଼ରେ ବରିଷ୍ଠ ବଳ୍କଳଧାରୀ ସନ୍ନ୍ୟାସୀମାନେ ଅଗ୍ନି ସଂଯୋଗ କରିବେ ବୋଲି ସୂଚନା ଦିଆଯାଇଛି।

ତେବେ ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି । ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି । ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ ।

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

9 hours ago

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…

10 hours ago

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

11 hours ago