ସାମ୍ବାଦିକଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆକ୍ରମଣ ଘଟଣା, ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ

ସାମ୍ବାଦିକଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆକ୍ରମଣ ଘଟଣାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ । ସାମ୍ବାଦିକଙ୍କ ସୁରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ଜିଲ୍ଲାର ସମସ୍ତ ସାମ୍ବାଦିକ ।

ଖୋର୍ଦ୍ଧା : ସାମ୍ବାଦିକଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆକ୍ରମଣ ଘଟଣାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ । ସାମ୍ବାଦିକଙ୍କ ସୁରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ଜିଲ୍ଲାର ସମସ୍ତ ସାମ୍ବାଦିକ । ଗତକାଲି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଛଣଗିରି ପଞ୍ଚାୟତରେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦେବଙ୍କ ପଦଯାତ୍ର ବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା ।

ପ୍ରଶାନ୍ତ ଜଗବ୍ଦେବଙ୍କୁ ଠେଲାପେଲା କରିଥିଲେ ସ୍ଥାନୀୟ ଲୋକ । ଲୋକଙ୍କ ବିରୋଧର ସମ୍ମୁଖୀନ ହୋଇ ନପାରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଅଧାରୁ ଫେରିଥିଲେ । କିନ୍ତୁ ସେଠାରେ ଲୋକଙ୍କ ସହ ପ୍ରଶାନ୍ତ ଜବଦେବଙ୍କର ହାତାହାତି ହୋଇଥିଲା । ସେତେବେଳେ ଭିଡିଓ ଉତ୍ତୋଳନ ବେଳେ ପ୍ରଶାନ୍ତ ଜଗବ୍ଦେବ ସାମ୍ବାଦିକଙ୍କ ମୋବାଇଲ ଛଡାଇ ନେଇଥିଲେ ।

ଏପରିକି ତାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଥିଲା । ଏନେଇ ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ ସାମ୍ବାଦିକ ପ୍ରକାଶ ହାତୀ । ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟି ସାମ୍ବାଦିକଙ୍କ ସୁରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିବା ସହ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.