ରାଜ୍ୟ

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଶରନ୍ ସିଂହ, ସୁପାରିଶ କଲା ସୁପ୍ରିମକୋର୍ଟଙ୍କ କଲେଜିୟମ୍

କଟକ (କେନ୍ୟୁଜ): ଓଡିଶା ହାଇକୋର୍ଟ ଆସିବେ ନୂଆ ମୁଖ୍ୟ ବିଚାରପତି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏହି ନିଯୁକ୍ତି ନେଇ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଂଜୟ କିଶନ କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ବୈଠକରେ ଆଲୋଚନା କରାଯାଇ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଜଷ୍ଟିସ ଶୁଭାଶିଷ ତାଳପତ୍ର ଗତ ଅକ୍ଟୋବର ୩ ତାରିଖରେ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ରହିଛି। ଡ଼କ୍ଟର ଜଷ୍ଟିସ ବି ଆର ଷଡ଼ଙ୍ଗୀ ଏବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅଛନ୍ତି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୧୯୬୩ ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ (କ୍ୟାମ୍ପସ ଲ ସେଣ୍ଟର)ରୁ ଏଲଏଲ.ବି. ଡିଗ୍ରି ହାସଲ କରିବା ପରେ ୧୯୯୦ ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ନିଜ ନାମ ପଞ୍ଜୀକରଣ କରିଥିଲେ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାଟନା ହାଇକୋର୍ଟରେ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ମେଡିଏଟରର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ ଓ ପାଟନା ହାଇକୋର୍ଟ ମେଡିଏସନ୍ ସେଣ୍ଟରରେ ମେଡିଏଟର ଭାବେ ନିଯୁକ୍ତି ପାଇଥିଲେ।

୨୦୧୦ ସେପ୍ଟେମ୍ବର ୧୮ରୁ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ୨୦୧୦ ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ଏହି ପଦବିରେ କାର୍ଯ୍ୟରତ ଥିବା ବେଳେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨ ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୩ ଫେବ୍ରୁଆରି ୬ରୁ ମାର୍ଚ୍ଚ ୨୮ ତାରିଖ ଯାଏଁ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଥିଲା। ବିଧି ବ୍ୟବସ୍ଥା ଅନୁଯାୟୀ ୨୦୨୫ ମସିହା ଜାନୁଆରୀ ୧୯ ତାରିଖରେ ସେ ଅଵସର ନେବେ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago