ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ହରିଶ ଟଣ୍ଡନ, ଶପଥ ପାଠ କରାଇଲେ ରାଜ୍ୟପାଳ

କଟକ : ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଶପଥ ଗ୍ରହଣ ଉତ୍ସବରେ ଓଡିଶା ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଅଛନ୍ତି ।
ଜଷ୍ଟିସ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାରଙ୍କ ସହମତି ପରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ଏହା ପୂର୍ବରୁ କୋଲକାତା ହାଇକୋର୍ଟର ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ ଟଣ୍ଡନ । ଗତ ଜାନୁଆରୀ ୧୯ ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ ।
ଆହୁରି ପଢ଼ନ୍ତୁ : ଆଇଆର୍ ବି ବାଟାଲିୟନ ସିପାହୀ କନେଷ୍ଟବଳ ନିଯୁକ୍ତି ବିବାଦ ମାମଲା, ଓଭରଏଜ ପ୍ରାର୍ଥୀଙ୍କୁ ତିନିବର୍ଷ କୋହଳ ଦେଲେ…