ରାଜ୍ୟ

କାଲି ଭୁବନେଶ୍ବର ହେବ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲର ଭିତ୍ତିପ୍ରସ୍ତର ସ୍ଥାପନ, ଯୋଗ ଦେବେ ସୁପ୍ରିମକୋର୍ଟ ବିଚାରପତି

କେନ୍ୟୁଜ୍(ବ୍ୟୁରୋ):  ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ ଆଇଆଇଏଲ୍‌ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆସନ୍ତାକାଲି କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଉଦୟ ଉମେଶ ଲଳିତ, ଜଷ୍ଟିସ୍ ଭୂଷଣ ରାମକ୍ରିଷ୍ଣା ଗଭାଇ, ଜଷ୍ଚିସ୍ ଭି ରାମସୁବ୍ରମଣ୍ୟମ୍‌, ବାର୍ କାଉନ୍‌ସିଲ ଅଫ୍ ଇଣ୍ଡିଆ ତଥା ବାର୍ କାଉନ୍‌ସିଲ ଅଫ୍ ଇଣ୍ଡିଆ ଟ୍ରଷ୍ଟର ଅଧ୍ୟକ୍ଷ ମନନ କୁମାର ମିଶ୍ର, ଓଡ଼ିଶାର ଆଡ୍‌ଭୋକେଟ୍ ଜେନେରାଲ ତଥା ଓଡ଼ିଶା ବାର୍ କାଉନ୍‌ସିଲ ସ୍ୱତନ୍ତ୍ର କମିଟି ଅଧ୍ୟକ୍ଷ ଅଶୋକ ପରିଜା ପ୍ରମୁଖ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ଏହି  କାର୍ଯ୍ୟକ୍ରମରେ ବିସିଆଇ ତଥା ବିସିଆଇ ଟ୍ରଷ୍ଟର କର୍ମକର୍ତା ଓ ସଦସ୍ୟଙ୍କ ସମେତ ଭାରତର ବହୁ ବିଶିଷ୍ଟ ଆଇନଜ୍ଞ ଉପସ୍ଥିତ ରହିବେ । କିଟ୍ ସହଯୋଗରେ ବିସିଆଇ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ଵରରେ IIL ପ୍ରତିଷ୍ଠା ହେବାକୁ ଯାଉଛି । IIL ପ୍ରତିଷ୍ଠା ହେବା ଦ୍ୱାରା ଓଡ଼ିଶାର ଶିକ୍ଷା ମାନଚିତ୍ରରେ ଆଇନ୍ ଶିକ୍ଷା କ୍ଷେତ୍ରରେ ପ୍ରଭାବ ପକାଇବ। ନିରନ୍ତର ଆଇନ୍ ଶିକ୍ଷା, ବୃତ୍ତିଗତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ, ରିଫ୍ରେସର୍ କୋର୍ସ ଏବଂ ମଧ୍ୟସ୍ତତା ଓ ଆପୋସ ବୁଝାମଣା ଭଳି ବିକଳ୍ପ ବିବାଦ ସମାଧାନ ବିଧି ପାଇଁ ଶିକ୍ଷଣ ପାଠ୍ୟକ୍ରମ ଆଦି ବିଭିନ୍ନ  କାର୍ଯ୍ୟକ୍ରମ  ଆଇଆଇଏଲ୍‌ରେ ଚାଲୁ ରହିବ। ବିଭିନ୍ନ ଶିକ୍ଷଣ କେନ୍ଦ୍ର ଅଧୀନରେ ଆଇଆଇଏଲ୍ ଆଇନ୍‌, ନ୍ୟାୟ ଓ ସାମାଜିକ ବିକାଶର ସମସ୍ତ ଦିଗରେ ଗବେଷଣା କରିବ।

ଆଇନ୍ ତାଲିମ ନେଉଥିବା ଆଇନ୍‌ଜୀବୀ ଏବଂ ନିରନ୍ତର ଆଇନ୍ ଶିକ୍ଷା ଉଦ୍ଦେଶ୍ୟରେ ଆଇନ୍ ଶିକ୍ଷା ପାଇଁ ବିଭିନ୍ନ ପ୍ରକାର ଆଇନ୍ ବିଷୟ ଉପରେ କେସ୍‌ବହି, ପତ୍ରିକା, ଡାଇଜେଷ୍ଟ ଓ ସମ୍ବାଦପତ୍ର ଆଇଆଇଏଲ୍ ଦ୍ୱାରା ପ୍ରକାଶ କରାଯିବ। ନିରନ୍ତର ଆଇନ୍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଇଆଇଏଲ୍ ଏକ ମଡେଲ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ‘ଲ ଟିଚର୍ସ ଟ୍ରେନିଂ ଓ ରିସଚ୍ଚ’ ଭାବେ କାର୍ଯ୍ୟ କରିବ। ସମଗ୍ର ଭାରତରେ ଏଭଳି ଅନୁଷ୍ଠାନ ହେଉଛି ପ୍ରଥମ । ଭୁବନେଶ୍ଵରରେ ଆଇଆଇଏଲ ପ୍ରତିଷ୍ଠା ନେଇ କିଟ୍ ଓ ବିସିଆଇ ଟ୍ରଷ୍ଟ ମଧ୍ୟରେ ପୂର୍ବରୁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ବୁଝାମଣା ପତ୍ର ଅନୁସାରେ ଭୁବନେଶ୍ୱରରେ କିଟ୍ ଆବଶ୍ୟକ ଜମି ଯୋଗାଇ ଦେବା ସହ ୧.୫ ଲକ୍ଷ ବର୍ଗଫୁଟ ଜମିରେ ପ୍ରସ୍ତାବିତ ଆଇଆଇଏଲ୍ ଭିତ୍ତିଭୂମି ନିର୍ମାଣର ୪୦ ପ୍ରତିଶତ ଖର୍ଚ୍ଚ ବହନ କରିବ ।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

5 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

14 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

49 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

56 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago