ରାଜ୍ୟ

ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର, ଆଜି ଶପଥ ପାଠ କରାଇବେ ରାଜ୍ୟପାଳ

କଟକ (କେନ୍ୟୁଜ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ହାଇକୋର୍ଟର ପୁରୁଣା କୋଠା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଅଛନ୍ତି । ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ ଅନୁସାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରକୁଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି। ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପୂର୍ବରୁ ପ୍ରକାଶ ପାଇଛି। ଜଷ୍ଟିସ ଶୁଭାଶିଷ ତାଳପାତ୍ରଙ୍କ ନାମକୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପ୍ରିମକୋର୍ଟଙ୍କ କଲିଜିୟମ ସୁପାରିସ କରିଥିଲେ । ୨୦୨୨ ଜୁନ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି ।

ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ।ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରା ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟକୁ ବଦଳି ହୋଇ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ । ୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ । ଏହାପରେ ୨୦୨୨ ଜୁନ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଅଛନ୍ତି । ଗତକାଲି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ଅବସର ନେଇଥିବା ବେଳେ ଆଜି ଜଷ୍ଟିସ ଶୁଭାଶିଷ ତାଳପତ୍ର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago