ରାଜ୍ୟ

କାଦମ୍ବିନୀର ବନ୍ଧୁମିଳନ ତଥା ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ: ପ୍ରଦାନ କରାଗଲା କାଦମ୍ବିନୀ ସାହିତ୍ୟ ସମ୍ମାନ

କେନ୍ୟୁଜ୍(ବ୍ୟୁରୋ):  ମାସିକ ପାରିବାରିକ ପତ୍ରିକା କାଦମ୍ବିନୀ ପକ୍ଷରୁ ଆଜି ବିଭିନ୍ନ ଲେଖକ, କବି, ସାହିତ୍ୟିକ, କଳାକାରଙ୍କୁ ନେଇ ଏକ ବନ୍ଧୁମିଳନ ତଥା ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ଯୋଗୁଁ ପୂର୍ବରୁ କାଦମ୍ବିନୀର ଏହି କାର୍ଯ୍ୟକ୍ରମ ହୋଇପାରିନଥିଲା। ଏହି ଅବସରରେ ବିଶିଷ୍ଟ ସାହିତ୍ୟିକ ଓ ଔପନ୍ୟାସିକ ଡ. ବିଭୂତି ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଥିଲା କାଦମ୍ବିନୀ ସାହିତ୍ୟ ସମ୍ମାନ।

ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା। ସେହିପରି ବିଶିଷ୍ଟ କଥାକାର ଭୀମ ପୃଷ୍ଟିଙ୍କୁ ପ୍ରଦାନ କରାଯାଇଥିଲା ପ୍ରଥମ ‘ବିଭୂତି ପଟ୍ଟନାୟକ ଉପନ୍ୟାସ ସମ୍ମାନ’। ପୁରସ୍କାର ବାବଦରେ ଭୀମ ପୃଷ୍ଟିଙ୍କୁ ୨୫ହଜାର ଟଙ୍କା, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ରୋଜାଲିନ୍‌ ମହାନ୍ତି, ସଞ୍ଜୟ ପଣ୍ଡା ଓ ମାଧବାନନ୍ଦ ପାତ୍ରଙ୍କୁ ପ୍ରଦାନ କରାଯାଇଥିଲା କାଦମ୍ବିନୀ ନବଉନ୍ମେଷ ଗଳ୍ପ ସମ୍ମାନ ୨୦୨୦। ପୁରସ୍କାର ବାବଦରେ ନଗଦ ୩ ହଜାର ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା।

ସେହିପରି ଶିବ ସୁନ୍ଦର ରାଉତ, ଆଶିଷ ମିଶ୍ର, ସୁଭଦ୍ରା ପ୍ରିୟଦର୍ଶିନୀ ନାୟକଙ୍କୁ ପ୍ରଦାନ କରାଯାଇଥିଲା କାଦମ୍ବିନୀ ନବଉନ୍ମେଷ କବିତା ସମ୍ମାନ ୨୦୨୦। ସେମାନଙ୍କୁ ୩ ହଜାର ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ କାଦମ୍ବିନୀ ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ ସ୍ୱାଗତ ଭାଷଣ ଦେଇ କହିଥିଲେ ସାହିତ୍ୟିକମାନେ ବାସ୍ତବରେ ଜଣେ ଜଣେ ସମାଜ ସୁଧାରକ।

ସେମାନଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ କାଦମ୍ବିନୀ ଦୀର୍ଘ ଦୁଇ ଦଶନ୍ଧୀ ଧରି ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ କରିଆସୁଛି ବୋଲି କହିଥିଲେ ଡ. ସାମନ୍ତ। ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ସାହିତ୍ୟିକା ନିରୁପମା ଆଚାର୍ଯ୍ୟ, ଡ. ସଂଘମିତ୍ରା ମିଶ୍ର, ସାହିତ୍ୟିକ ବିଜୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ କାଦମ୍ବିନୀ ଓ କୁନିକଥାର ସେପ୍ଟେମ୍ବର ସଂଖ୍ୟା ଉନ୍ମୋଚନ କରାଯାଇଥିଲା।

ଏହା ବ୍ୟତୀତ କାଦମ୍ବିନୀ ମିଡ଼ିଆ ପ୍ରକାଶିତ ତଥା ଡ. ଇତି ସାମନ୍ତଙ୍କ ସମ୍ପାଦିତ କ୍ଷୁଦ୍ରଗଳ୍ପ ସଂକଳନ ‘କାଳଜୟୀ କଥା’ ଓ ‘କାଦମ୍ବିନୀ ପରିକ୍ରମା’ ଉନ୍ମୋଚନ କରାଯାଇଥିଲା। ବିଶିଷ୍ଟ ଚିକିତ୍ସକ ଡା. ହରିଶ ଚୌଧୁରୀଙ୍କୁ କାଦମ୍ବିନୀ ସେବା ସମ୍ବର୍ଦ୍ଧନା ୨୦୨୧ ପ୍ରଦାନ କରାଯାଇଥିବା ବେଳେ ପ୍ରାଚୀ ମହାପାତ୍ରଙ୍କୁ କାଦମ୍ବିନୀ ପ୍ରଚ୍ଛଦଶିଳ୍ପୀ ସମ୍ମାନ ୨୦୨୧, ସଦାନନ୍ଦ ତ୍ରିପାଠୀଙ୍କୁ କାଦମ୍ବିନୀ ନବଉନ୍ମେଷ ଗଳ୍ପ ବିଚାରକ ଓ ଡ. ଜୟନ୍ତୀ ରଥଙ୍କୁ କାଦମ୍ବିନୀ ନବଉନ୍ମେଷ କବିତା ବିଚାରକ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମର ସଂଯୋଜନା ଓ ଧନ୍ୟବାଦ ଅର୍ପଣ କରିଥିଲେ ଡ. ଇତି ସାମନ୍ତ ।

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago