Below header

ଦିନରେ ଖରା ରାତିରେ ବର୍ଷା, ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ

ଆଜି ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ । ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବା ଆଶଙ୍କା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ତାତି ସାଙ୍ଗକୁ ଆଉ ୩ ଦିନ କାଳବୈଶାଖୀ । ଦିନ ବେଳେ ପ୍ରବଳ ଖରା ସାଙ୍ଗକୁ ତାତି । ଅପରାହ୍ନରେ କିଛି ସ୍ଥାନରେ କାଳବୈଶାଖୀ । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ । ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବା ଆଶଙ୍କା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଆଜି କାଳବୈଶାଖୀ ଦେଖିବାକୁ ମିଳିପାରେ ।

ଆସନ୍ତା ୪ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୫ ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା । ୪୨.୮ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.