ଆଜି ପାଇଁ ୧୫ଟି ଜିଲ୍ଲାରେ କାଳବୈଶାଖି ସମ୍ଭାବନା, ୨୨ରୁ ପୁଣି ରାଜ୍ୟକୁ ଫେରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର(କେନ୍ୟୁଜ୍‌): ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ । ୩ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ବାତ୍ୟା ଅସାନି ଯୋଗୁ କିଛି ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇ ରହିବ । ୨୨ରୁ ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପେର ରେକର୍ଡ କରାଯାଇଛି । ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ରବିବାର ଦିନ ୮ ଜିଲ୍ଲାକୁ ହିଟେଓ୍ଵଭ ଆଲର୍ଟ ଜାରି କରାଯାଇଛି । ସେହିପରି ଆଜି ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖି ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୂଆପଡା ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.