ଆଉ କିଛି ସମୟ ପରେ ୧୬ଟି ଜିଲ୍ଲାକୁ ମାଡ଼ି ପାରେ କାଳବୈଶାଖୀ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଜି ସଂଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଏବଂ ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, କଟକ, ଖୋର୍ଦ୍ଧା, ଭୁବନେଶ୍ୱର, ପୁରୀ ଓ ମୟୂରଭଞ୍ଜର କିଛି ସ୍ଥାନରେ କାଳବୈଶାଖୀ ଏବଂ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ୪୦ରୁ ୫୦କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।

ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହି ଲଘୁଚାପ ସଂଗଠିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ହେବ। ପ୍ରଥମେ ଏହା ଉତ୍ତର, ଉତ୍ତର ପଶ୍ଚିମ ଓ ପରେ ଉତ୍ତର ପୂର୍ବକୁ ଗତି କରି ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଅଞ୍ଚଳକୁ ଛୁଇଁବ। ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ ଏହା ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିବ । ୩୦ତାରିଖରୁ ଆଣ୍ଡାମାନ ନିକୋବର ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବର୍ଷା ଆରମ୍ଭ ହେବ। ମେ ୨ତାରିଖ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଉତ୍ତର ସୁମାତ୍ରା ତଟ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗର ତୀବ୍ର ଅଶାନ୍ତ ରହିବାର ଆକଳନ କରାଯାଇଛି।

Leave A Reply

Your email address will not be published.