କାଳବୈଶାଖୀ ତାଣ୍ଡବ: ବିଭିନ୍ନ ସ୍ଥାନରେ ଘର ଭାଙ୍ଗିବା ସହ ଗଛ ଉପୁଡି ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ, ଆଜି ବି ୬ଟି ଜିଲ୍ଲାରେ ଜାରି ରହିବ ବର୍ଷା

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ବର୍ଷା। ଘଡଘଡି , ବିଜୁଳି ସହ ଅନବରତ ବର୍ଷା ହେଉଛି। କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ ଆଦି ୬ ଜିଲ୍ଲାରେ ଜାରିରହିଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ବିଭିନ୍ନ ସ୍ଥାନରେ ଘର ଭାଙ୍ଗିଯିବା ସହ ବଡ ବଡ ଗଛ ଉପୁଡି ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.