ଆସନ୍ତା ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଗ୍ରୀଷ୍ମ ପ୍ରବାହ ମଧ୍ୟରେ କିଛି ସ୍ଥାନରେ କାଳ ବୈଶାଖୀ ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଲା ରାଜଧାନୀ ଭୁବନେଶ୍ବର । ଆଜି ଭୁବନେଶ୍ବରରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ସେଲସିଅସ ରୋକର୍ଡ କରାଯାଇଛି । ଦିନ ୨ଟା ୩୦ ସୁଦ୍ଧା ଏହି ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବର ପଛକୁ ବାଲେଶ୍ବର ତାପମାତ୍ରା ୪୦.୭ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଛି । ତୃତୀୟ ସର୍ବାଧିକ ତାପମାତ୍ରା ଚାନ୍ଦବାଲିରେ ୪୦.୪ ଡିଗ୍ରୀ ରେକର୍ଡ ହୋଇଛି ।

ତେବେ ଗ୍ରୀଷ୍ମ ପ୍ରବାହ ମଧ୍ୟରେ କିଛି ସ୍ଥାନରେ କାଳ ବୈଶାଖୀ ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ୨ ରୁ ୩ ଡିଗ୍ରୀ କମିବ ତାପମାତ୍ରା । ୨୫ ରୁ ପୁଣି ତାତି ବଢ଼ିବ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା , ମୟୁରଭଞ୍ଜ, କେନ୍ଦୁଝର, ବଲାଙ୍ଗୀର, ବୌଦ୍ଧ, ଯାଜପୁର, ଢେଙ୍କାନାଳ ଓ ନୂଆପଡ଼ା ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.