ବଦଳିଲା ପାଣିପାଗ ମିଜାଜ: ଟ୍ଵିନ୍ ସିଟିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗ ମିଜାଜ। ଟ୍ଵିନ୍ ସିଟିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ସେପଟେ କଟକରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆଜି କାଳବୈଶାଖୀ ପାଇଁ ଅଧା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୫ ଜିଲ୍ଲା ମଧ୍ୟରୁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।
ଆହୁରି ପଢନ୍ତୁ: ରାଜ୍ୟରେ ୪ ଦିନ କାଳବୈଶାଖୀ ଆଶଙ୍କା: ବିଜୁଳି, ଘଡ଼ଘଡ଼ି, ବର୍ଷା ପାଇଁ ୨୧ ଯାଏ ଆଲର୍ଟ ଜାରି