Below header

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା, କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆରବ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଘନୀଭୂତ ହୋଇ ୧୫ କିନ୍ଵା ୧୬ ତାରିକ ସକାଳ ସୁଦ୍ଧା ବାତ୍ୟାର ରୂପ ନେଇପାରେ।

ତେବେ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ରହିବ ନାହିଁ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.