ଆଜି ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ! ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ । ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଘଡ଼ଘଡ଼ି ସହ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

rain ଆଜି ପୂର୍ବାହ୍ନ ଭିତରେ ରାୟଗଡ଼ା, କୋରାପୁଟ,ଗଜପତି, ଗଞ୍ଜାମ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବ। ୧୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ, ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.