ତାତିରୁ ମିଳିଲା ତ୍ରାହି: ୨ ଯାଏ ରାଜ୍ୟରେ କାଳବୈଶାଖୀ, ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ତାତିରୁ ମିଳିଲା ତ୍ରାହି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କମିଲା ତାତି । ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ୫ରୁ ୧୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ତେବେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଆସନ୍ତା ୨ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।
ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୫ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହା ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି ।
ଆହୁରି ପଢ଼ନ୍ତୁ : ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା