କିଛି ସମୟ ଭିତରେ କାଳବୈଶାଖୀ ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲାକୁ ରହିଛି ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଗାମୀ କିଛି ସମୟ ଭିତରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ହେବ । ଆସନ୍ତାକାଲି ୧୭ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି କୁହାଯାଇଛି ।

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ରାୟଗଡ଼ା, ନୂଆପଡ଼ା, ଝାରସୁଗୁଡ଼ା, ଦେବଗଡ଼, ନବରଙ୍ଗପୁର, ମାଲକାନଗିରି, ସମ୍ବଲପୁର,ଗଜପତି ଏବଂ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତାକାଲି ମଧ୍ୟ ଏହି ସବୁ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ଏଭଳି କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ଳରହିଛି ।

ଆଜି ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇଛି । ମାଲକାନଗିରି, ସୋନପୁର ଆଦି ଜିଲ୍ଲାରେ ପାରଦ ୪୦ ଡିଗ୍ରୀରୁ ଅଧିକ ଥିବା ସୂଚନା ମିଳିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.