୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା, ୨୨ ଜିଲ୍ଲା ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଗାମୀ ୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି। ଆସନ୍ତା କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ।
ସେହିପରି ୪ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ୮ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ ଏବଂ ଗଜପତି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବର୍ଷା ସମ୍ଭାବନା ରହିଛି। ଏହାସହ ୨୨ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।