୨୪ ଯାଏ କାଳବୈଶାଖୀ, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ତାତିରୁ ମିଳିବ ଆଶ୍ବସ୍ତି । ୨୪ ଯାଏ କାଳବୈଶାଖୀ ଆଶଙ୍କା । ଆଜି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ କୁଆପଥର ଓ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ ପବନ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି ।
ଆହୁରି ପଢ଼ନ୍ତୁ : ମୟୂରଭଞ୍ଜରେ ତାଣ୍ଡବ ରଚିଲା କାଳବୈଶାଖୀ: ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼