ରାଜ୍ୟ

ବଡ଼ଦିନ ପାଳନ ପାଇଁ ଉତ୍ସବମୁଖର କନ୍ଧମାଳ ସହର, ରାଇକିଆର ସମସ୍ତ ଚର୍ଚ୍ଚରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ

କେନ୍ୟୁଜ୍(ବ୍ୟୁରୋ): ବଡ଼ଦିନ ପାଳନ ପାଇଁ ଉତ୍ସବମୁଖର କନ୍ଧମାଳ ସହର । ରାଇକିଆର ସମସ୍ତ ଚର୍ଚ୍ଚରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖ୍ରୀଷ୍ଟଧର୍ମର ଭାଇ ଓ ଭଉଣୀମାନେ ନିଜ ନିଜ ଘରକୁ ଅତି ସୁନ୍ଦର ଭାବେ ସଜେଇଛନ୍ତି । କରୋନା ପାଇଁ ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦିନ ପାଳନ କରୁଥିବାରୁ ବେଶ୍‌ ଉତ୍ସାହିତ ସମସ୍ତେ ।

ଶାନ୍ତି ଶୃଙ୍ଖଳାରେ ବଡ଼ଦିନ ପାଳନ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟପକ ବନ୍ଦୋବସ୍ତ କରାଯାଇଛି । ସମସ୍ତ ଚର୍ଚ୍ଚକୁ ସୁରକ୍ଷା ଯୋଗାଇ ଦିଆଯାଇଛି । ଏପଟେ ଦାରିଙ୍ଗବାଡ଼ିରେ ବଡ଼ଦିନ ପାଳନ ପାଇଁ ଜୋରଦାର ପ୍ରସ୍ତୁତି ହୋଇଛି । ଖ୍ରୀଷ୍ଟଧର୍ମାବଲମ୍ବୀ ଭାଇଭଉଣୀ ମାନେ କାଥଲିକ୍‌ ଚର୍ଚ୍ଚକୁ ବେସ୍‌ ସୁନ୍ଦର ଭାବେ ସଜାଇଛନ୍ତି ।

 

 

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

10 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

13 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

17 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

29 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

46 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago