କନ୍ଧମାଳ: ଦାରିଙ୍ଗିବାଡ଼ା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂଆ କୋଠାର ଉଦଘାଟନ କଲେ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ, ପିଲାଙ୍କୁ ବାଣ୍ଟିଲେ ମିଠା

କନ୍ଧମାଳ(କେନ୍ୟୁଜ୍): ଦାରିଙ୍ଗିବାଡ଼ା ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂଆ କୋଠାର ଉଦଘାଟନ କଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ। ତାଙ୍କ ସହ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ବିଧାୟକ ସାଲୁଗା ପ୍ରଧାନ। ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ସାଂସଦ ଓ ବିଧାୟକଙ୍କୁ ଅବଗତ କରାଯାଇଥିଲା। ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ମିଠା ବଣ୍ଟନ କରିଥିଲେ ଡକ୍ଟର ସାମନ୍ତ। କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।