ବୌଦ୍ଧ ଗସ୍ତରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ, ଉନ୍ନତିମୂଳକ କାର୍ଯ୍ୟର କଲେ ସମୀକ୍ଷା

ଜଗନ୍ନାଥ ମନ୍ଦିର ପରିସରରେ ଗୌରିଗୋପଲ୍ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଜଗନ୍ନାଥ ଲୀଳା ମହୋତ୍ସବରେ ଯୋଗ ଦେଇଥିଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ । ଏଠାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ବୌଦ୍ଧ(କେନ୍ୟୁଜ) : ବୌଦ୍ଧ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସ୍ଥାନୀୟ ସର୍କିଟ ହାଉସ ଠାରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ NAC ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ରଙ୍କ ସହ ଆଲୋଚନା କରିଥିଲେ ।

ଜଗନ୍ନାଥ ମନ୍ଦିର ପରିସରରେ ଗୌରିଗୋପଲ୍ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଜଗନ୍ନାଥ ଲୀଳା ମହୋତ୍ସବରେ ଯୋଗ ଦେଇଥିଲେ । ଏହା ସହିତ ଏଠାକାର ଜଗନ୍ନାଥ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ । ଜଗନ୍ନାଥଙ୍କ ଲୀଳା ମହୋତ୍ସବରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ବୁଲି ଦେଖି ଥିଲେ । ବୌଦ୍ଧରେ ପ୍ରଥମ ଥର ପାଇଁ ଏହି ମହୋତ୍ସବର ଆୟୋଜନ କରାଯାଇଥିବାରୁ ଆୟୋଜକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ସାଂସଦ ଡ. ଅଚ୍ୟୁତ ସାମନ୍ତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.