ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ, କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଚାଲିବ ନୀତି

କେନ୍ୟୁଜ (ବ୍ୟୁରୋ): ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଚାଲିବ। ଏକ ମାସ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଳ ଭୋଗ ସହ ରାଧାଦାମୋଦର ବେଶ କରାଯିବ। ଆଜିଠାରୁ କାର୍ତ୍ତିକ ନୀତି ଆରମ୍ଭ ହୋଇଥିବାରୁ ଦକ୍ଷିଣ ଓଡ଼ିଶାର କିଛି ହବିଷ୍ୟାଳୀ କାର୍ତ୍ତିକ ବ୍ରତ ପାଳନ କରିଛନ୍ତି ।

ଦ୍ଵାରଫିଟା, ମଙ୍ଗଳାଆରତୀ, ମଇଲମ, ତଡପଲାଗି, ଅବକାଶ ପରେ ରାଧାଦାମୋଦର ବେଶ, ଗୋପାଳବଲ୍ଲଭ, ସକାଳଧୂପ,ବାଳଧୂପ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ସରିଥିଲା। ତା ପରେ ଦ୍ୱିତୀୟ ଭୋଗମଣ୍ଡପ,ଦିବା ପହୁଡ ଏବଂ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡସିଂହାର ବେଶ ଆଦି ନୀତି କରାଯିବ। ଚଳିତବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଛଅ ଦିନ ପଡୁଛି। ଆସନ୍ତା ମାସ ୨୭ରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ନାଗାର୍ଜୁନ ବେଶ ଅନୁଷ୍ଠିତ ହେବ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.