Below header

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ଏହି ବେଶ କରାଯାଏ । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମଧ୍ୟ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ ହୋଇଛି । ଶ୍ରୀକ୍ଷେତ୍ରରେ ମହିଳାମାନେ ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି ।

ପୁରୀ (କେନ୍ୟୁଜ): ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ଏହି ବେଶ କରାଯାଏ । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମଧ୍ୟ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ ହୋଇଛି । ଶ୍ରୀକ୍ଷେତ୍ରରେ ମହିଳାମାନେ ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି । ନୀତି ନିର୍ଘଣ୍ଟ ଅନୁସାରେ ଆଜି ସକାଳ ଦ୍ୱାରଫିଟା ନୀତି ସାରିବା ପରେ ଚାଲିଛି ଚାଲିଛି ଅନ୍ୟାନ୍ୟ ନୀତି । ଅବକାଶ ନୀତି ବଢିବା ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଅନୁଷ୍ଠିତ ହେବାପରେ ଭକ୍ତ ମାନେ ବେଶ ଦର୍ଶନ କରିବାର ସୁଯୋଗ ପାଉଛନ୍ତି ।

ଖବର ଅନୁଯାୟୀ,ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡ଼ିଆ, ଖୁଦି, ଚାଉଳିଆ,ସେଓ,କମଳା,କଦଳୀ, କାକୁଡ଼ି,ପଇଡ଼ ଭୋଗ ହୋଇଥାଏ । ପରମ୍ପରା ଅନୁଯାୟୀ ଏହି ସମୟରେ ବଡ଼ ଛତା ମଠ ତରଫରୁ ସଙ୍ଗୀତ ଗାନ ଓ ରାଧାକାନ୍ତ ମଠ ତରଫରୁ ସଙ୍କିର୍ତ୍ତନ ହୋଇଥାଏ । ଅବକାଶ ନୀତି ବଢ଼ି ସକାଳ ଧୂପ ପରେ ହୋଇଥାଏ । ବିଭିନ୍ନ ମଠ ବାଡ଼ିରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହୋଇଥାଏ । ରାଧାବଲ୍ଲଭ ମଠ ପରିସରରେ ମଧ୍ୟ ଅନୁଷ୍ଠିତ ହେଉଛି ଏହି ବେଶ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.