ବିଧାନସଭା ଶୂନ୍ୟକାଳରେ ଉଠିଲା କାଶୀପୁର କଲେରା ପ୍ରସଙ୍ଗ : ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭା ପ୍ରଶ୍ନକାଳରେ ପୁଣି ଉଠିଲା କାଶୀପୁରରେ ଝାଡ଼ାବାନ୍ତି ବ୍ୟାପିବା ପ୍ରସଙ୍ଗ । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଉତ୍କଳ ଆଲୁମିନା ପାଣିକୁ ବିଶୋଧନ ନକରି ଦୂଷିତ ପାଣି ଛାଡୁଥିବାରୁ ଝାନ୍ତାବାନ୍ତି ବ୍ୟାପୁଛି । ଏନେଇ ବିଧାନସଭା ପକ୍ଷରୁ ଏକ ସର୍ବଦଳୀୟ ଟିମ୍‌ ଗଠନ କରାଯାଇ ଅନୁଧ୍ୟାନ କରାଯାଉ ।

ସେପଟେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ମଧ୍ୟ ସମାନ ପ୍ରସଙ୍ଗ ଉଠାଇଛନ୍ତି । କହିଛନ୍ତି ପାଣିକୁ ବିଶୋଧନ କରି ଛଡାଯାଉନି । ଉତ୍କଳ ଆଲୁମିନା ଜାଣିଶୁଣି ଦୂଷିତ ପାଣି ଛାଡୁଛି। ଯେଉଁ ଏଗ୍ରିମେଣ୍ଟ କରିଥିଲା ତାହା ପାଳନ କରୁନାହିଁ । ଏହାର ତଦନ୍ତ ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ କମିଟି ଗଠନ କରିବାକୁ ଦାବି କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀ ପତି। ସେପଟେ ଏହି ଦାବି ପରେ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । କହିଛନ୍ତି, କାଶୀପୁରରେ ସ୍ଥିତି ନିୟନ୍ତ୍ରଣରେ ରହିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କାଶୀପୁରରେ ନଜର ରଖାଯାଇଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.