ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ କେନ୍ଦୁପତ୍ର ତୋଳାଳି ଓ ସଂଘର ସଦସ୍ୟ, ସହାୟତା ଘୋଷଣା କରିଥିବାରୁ ଦେଲେ ଧନ୍ୟବାଦ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଲେ କେନ୍ଦୁପତ୍ର ତୋଳାଳି ଓ ସଂଘର ସଦସ୍ୟ । ଆଜି ଅପରାହ୍ନରେ ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ସଭାପତି ପ୍ରଭାତ ମହାନ୍ତିଙ୍କ ନେତୃତ୍ୱରେ ୧୫ ଶହରୁ ଅଧିକ କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଥିଲେ । ସେମାନଙ୍କ ଦାବି ପୂରଣ କରିଥିବାରୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ୍‌ ଜଣାଇଥିଲେ । କିଛି ଦିନ ତଳେ କେନ୍ଦୁପତ୍ର ତୋଳାଳିଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ଦେଇଥିଲେ ।

ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ । ଆଜି ୧୨ଟି ଜିଲ୍ଲାର କେନ୍ଦୁପତ୍ର ତୋଳାଳି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ୍‌ ଜଣାଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.