କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଲେ କେନ୍ଦୁପତ୍ର ତୋଳାଳି ଓ ସଂଘର ସଦସ୍ୟ । ଆଜି ଅପରାହ୍ନରେ ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ସଭାପତି ପ୍ରଭାତ ମହାନ୍ତିଙ୍କ ନେତୃତ୍ୱରେ ୧୫ ଶହରୁ ଅଧିକ କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଥିଲେ । ସେମାନଙ୍କ ଦାବି ପୂରଣ କରିଥିବାରୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ୍ ଜଣାଇଥିଲେ । କିଛି ଦିନ ତଳେ କେନ୍ଦୁପତ୍ର ତୋଳାଳିଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ଦେଇଥିଲେ ।
ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ । ଆଜି ୧୨ଟି ଜିଲ୍ଲାର କେନ୍ଦୁପତ୍ର ତୋଳାଳି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ୍ ଜଣାଇଥିଲେ ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…