ପବିତ୍ର ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ରେମୁଣାର କ୍ଷୀରଚୋରା ଗୋପୀନାଥ ମନ୍ଦିର

ବାଲେଶ୍ୱର (କେନ୍ୟୁଜ୍) : ପବିତ୍ର ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ବାଲେଶ୍ୱର ଜିଲ୍ଲା ରେମୁଣାର କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର । ରଙ୍ଗିନ ଆଲୋକମାଳାରେ ଝଲସୁଛି ମନ୍ଦିର । ପ୍ରଭୁଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଜନ୍ମାଷ୍ଟମୀ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ଆସନ୍ତାକାଲି ଏଠାରେ ନନ୍ଦୋତ୍ସବ ପାଳନ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.