ରାଜ୍ୟ

ଖୋର୍ଦ୍ଧା ଜିଲ୍ଲାରେ ବନ୍ୟାସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ, ବିପନ୍ନଙ୍କୁ ସହାୟତା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ଖୋର୍ଦ୍ଧା(କେନ୍ୟୁଜ୍): ଖୋର୍ଦ୍ଧା ଜିଲ୍ଲାରେ ବନ୍ୟାସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ବଢି ପାଣି କ୍ରମଶଃ ହ୍ରାସ ପାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପାଣି ଘେରରେ ଥିବା ବିପନ୍ନଙ୍କୁ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟାଜଳ ଛାଡିବା ପରେ ପାନୀୟ ଜଳ, ସ୍ୱାସ୍ଥ୍ୟ, ସଡକ ପଥ, ବିଦ୍ୟୁତ ସଂଯୋଗ ପୁନଃ କାର୍ଯ୍ୟକ୍ଷମ କରିବା ସହ ସର୍ବନିମ୍ନ ସୁବିଧା ଉପଲବ୍‌ଧ କରାଇବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି।

ଜଳଉତ୍ସ ଏବଂ ନଳକୂପ ବିଶୋଧନ, ଜନସ୍ୱାସ୍ଥ୍ୟ, ପଶୁସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ନିମନ୍ତେ ବୈଠକରେ ଆଲୋଚନା ହୋଇଛି।ସେହିଭଳି କ୍ଷତିଗ୍ରସ୍ତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କ୍ଷୟକ୍ଷତି ଆକଳନ ସମୟରେ ଯୋଗ୍ୟ ହିତାଧିକାରୀ ଯେପରି କ୍ଷତିପୂରଣ ପାଇବାରୁ ବଞ୍ଚିତ ନହୁଅନ୍ତି ସେନେଇ ସୁନିଶ୍ଚିତ କରିବାକୁ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଛନ୍ତି। କ୍ଷୟକ୍ଷତିର ଆକଳନ ପାଇଁ ପ୍ରତି ବ୍ଲକସ୍ତରରେ ଟିମ୍‌ ମାନ ଗଠନ କରାଯିବ।

 

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

3 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

12 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

16 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

49 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

51 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago