ଭଦ୍ରକ : ପ୍ରଥମେ ଅପହରଣ ଓ ପରେ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର ହେଲେ ଛାତ୍ରୀ । ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ ଡାକ୍ତରଖାନାରେ ମୃତ୍ୟୁ। ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅର୍ଜ୍ଜୁନପୁର ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସଂଧ୍ୟାରେ ଟ୍ୟୁସନ୍ ସାରି ଯାଜପୁର ଅଞ୍ଚଳର ଜଣେ ଛାତ୍ରୀ ଘରକୁ ଫେରୁଥିବା ବେଳେ ୪ଜଣ ଯୁବକ ତାଙ୍କୁ ଅପହରଣ କରି ନେଇଥିଲେ। ପରେ ତାଙ୍କୁ ମୁର୍ମୁଷୁ ଅବସ୍ଥାରେ ଅର୍ଜୁନପୁର ନିକଟ କୋଚିଲା ନଦୀ ପାର୍ଶ୍ୱରୁ ଉଦ୍ଧାର କରାଯାଇଥିଲା। ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଧାମନଗର ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ହେବା ପରେ ତାଙ୍କୁ କଟକ ବଡ଼ ମେଡିକାଲ ପଠାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏହା ଏକ ହତ୍ୟାକାଣ୍ଡ ବୋଲି ମୃତ ଛାତ୍ରୀର ବାପା ଅଭିଯୋଗ କରିଛନ୍ତି।
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…