Below header

CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ସଫଳତା, ୩୦ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଛନ୍ତି

କେନ୍ୟୁଜ୍(ବ୍ୟୁରୋ):   ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ସଫଳତା। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ- ସିବିଏସ୍‌ଇସ ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍କୁଲ୍‌ର ୩୦ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନରେ ସ୍କୁଲର ଛାତ୍ର ଯଶୋବର୍ଦ୍ଧନ ନାଏକ ସର୍ବାଧିକ ୯୮ ପ୍ରତିଶତ ନମ୍ବର ହାସଲ କରିଥିବା ବେଳେ ବାଣିଜ୍ୟରେ ବେଦିକା ନରସରିଆ ସର୍ବାଧିକ ୯୮ ପ୍ରତିଶତ ନମ୍ବର ଓ ହ୍ୟୁମାନିଟିଜରେ ରଚିତା ପ୍ରିୟଦର୍ଶିନୀ ସର୍ବାଧିକ ୯୮ ପ୍ରତିଶତ ନମ୍ବର ରଖିଛନ୍ତି। ଚଳିତବର୍ଷ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସ୍କୁଲର ଏହି ସଫଳତାରେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୫ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି। ଏଥିପାଇଁ ସେ ସ୍କୁଲର ଚେୟାରପର୍ସନ ଡ. ମୋନାଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.