କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ର ୧୮ତମ ବାର୍ଷିକ ଉତ୍ସବ, ବାର୍ଷିକ ମୁଖପତ୍ର ଉନ୍ମୋଚନ କଲେ ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ର ୧୮ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।
ଏହି ଅବସରରେ ଡ. ସାମନ୍ତ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କୁ ଅଭିଭାଷଣ ପ୍ରଦାନ କରି କହିଲେ, କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ରେ ପିଲାମାନଙ୍କୁ ଆନୁଷ୍ଠାନିକ ଶିକ୍ଷା ସହ ସେମାନଙ୍କ ସାମଗ୍ରୀକ ବିକାଶ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ । ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଡ. ଅଚ୍ୟୁତ ସାମନ୍ତ ଧନ୍ୟବାଦ ଜଣାଇଥିଲେ ।
ସ୍ୱାଗତ ଭାଷଣ ଦେଇ ସ୍କୁଲର ଚେୟାରପର୍ସନ ଡ. ମୋନାଲିସା ବଳ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ପିତାମାତାଙ୍କୁ ସେମାନଙ୍କ ପିଲାମାନଙ୍କ ବୃଦ୍ଧିରେ ସକ୍ରିୟ ସମର୍ଥନ କରିବା ଦିଗରେ ଉତ୍ସାହିତ କରିଥିଲେ । ସ୍କୁଲ୍ର ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ସ୍କୁଲର ବାର୍ଷିକ ବିବରଣୀ ଉପସ୍ଥାପନ କରି ଚଳିତବର୍ଷ ଶିକ୍ଷା, କ୍ରୀଡ଼ା ଓ ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦିତ କରିଥିବା ଛାତ୍ରଛାତ୍ରୀଙ୍କ ନାମ ଉଲ୍ଲେଖ କରିଥିଲେ ।
ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସ୍କୁଲକୁ ସୁନାମ ଆଣିଦେଇଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ବାର୍ଷିକ ମୁଖପତ୍ର କାରାନାଇର ଇ-ସଂସ୍କରଣକୁ ଡ. ଅଚ୍ୟୁତ ସାମନ୍ତ ଉନ୍ମୋଚନ କରିଥିଲେ । ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।