ରାଜ୍ୟ

ଯୁଗ୍ମ ପ୍ରବେଶିକା ପରୀକ୍ଷା JEEରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଦିବ୍ୟାଂଶୁ ମଲ୍ଲୁ ଓଡ଼ିଶା ଟପ୍ପର

ଭୁବନେଶ୍ୱର(କେନ୍ୟୁଜ୍) : ଯୁଗ୍ମ ପ୍ରବେଶିକା ପରୀକ୍ଷା JEEରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଓଡ଼ିଶା ଟପ୍ପର। ପ୍ରକାଶ ପାଇଥିବା JEE ମେନ୍‌ ସେସନ୍‌-୧ ରେଜଲ୍ଟରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଦିବ୍ୟାଂଶୁ ମଲ୍ଲୁ ଓ଼ଡିଶା ଟପ୍ପର ହୋଇଛନ୍ତି। ୯୯.୯୮ ପ୍ରତିଶତ ମାର୍କ ରଖି ଓଡ଼ିଶାରେ ଟପ୍ପର ହେବା ସହ ସର୍ବଭାରତୀୟ ସ୍ତରରେ ୫ମ ସ୍ଥାନରେ ରହିଛନ୍ତି ଦିବ୍ୟାଂଶୁ। ତାଙ୍କ ସଫଳତା ନେଇ ଦିବ୍ୟାଂଶୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କିଟ୍‌ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ।

ଜୁନ୍‌ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି। jeemain.nta.nic.in ୱେବସାଇଟ୍‌ରେ ଉପଲବ୍ଧ ହେଉଛି ରେଜଲ୍‌ଟ। NTA ବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ପରୀକ୍ଷା ଫଳ ଜାରି କରାଯାଇଛି । ଚଳିତ ବର୍ଷ ମୋଟ ୧୦ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଜୁଲାଇ ୨୧ରୁ ୩୦ ଯାଏ ଜେଇଇ ସେସନ୍‌-୨ ପରୀକ୍ଷା ହେବ । ଏଥିପାଇଁ ରେଜିଷ୍ଟ୍ରେସନ୍‌ ଆରମ୍ଭ ହୋଇଯାଇଛି ।

Sonalisa

Recent Posts

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

5 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

21 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

41 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

1 hour ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

9 hours ago