ରାଜ୍ୟ

କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟକୁ ଭାରତର ସର୍ବୋଚ୍ଚ ସ୍ଥାନ, ମିଳିଲା ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍ ବିଶ୍ବବିଦ୍ୟାଳୟ‍’

ଭୁବନେଶ୍ୱର(କେନ୍ୟୁଜ୍):  କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟକୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ରାଙ୍କିଙ୍ଗ ପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ କିଟକୁ ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି । କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନକୁ ବିଭିନ୍ନ ମାନଦଣ୍ଡରେ ମାନ୍ୟତା ପ୍ରଦାନ କରିଥାନ୍ତି। କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗ ‘ଷ୍ଟାର’ ମାନ୍ୟତା ମଧ୍ୟ ପ୍ରଦାନ କରିଥାଏ। ଏଥିରେ ଚଳିତବର୍ଷ ସମଗ୍ର ଭାରତରୁ କିଟ୍‍ ବିଶ୍ୱବିଦ୍ୟାଳୟକୁ ସର୍ବୋଚ୍ଚ ମାନ୍ୟତା ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି। କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ମାନ୍ୟତା ପାଇବାରେ କିଟ୍‍ ଭାରତର ଏକମାତ୍ର ଅନୁଷ୍ଠାନ।

କିଟ୍‍ ସମଗ୍ର ବିଶ୍ୱରେ ନିଜର ଗୁଣାତ୍ମକ ଶିକ୍ଷାଦାନ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବାରୁ ବିଶ୍ୱର ବିଭିନ୍ନ ସଂସ୍ଥା ଏହାକୁ ସମୟକୁ ସମୟ ବିଭିନ୍ନ ମାନଦଣ୍ଡରେ ମୂଲ୍ୟାୟନ କରି ମାନ୍ୟତା ପ୍ରଦାନ କରିଥାନ୍ତି । କ୍ୟୁଏସ୍‍ ଇଣ୍ଟେଲିଜେନ୍ସବ ଶାଖା ଦ୍ୱାରା କ୍ୟୁଏସ୍‍ ଷ୍ଟାର ରେଟିଂ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥାଏ। ଆନ୍ତର୍ଜାତୀୟ ମାନଦଣ୍ଡ ଅନୁସାରେ ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କ କ୍ଷେତ୍ରରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟର ବିସ୍ତୃତ ମୂଲ୍ୟାୟନ କରାଯିବା ପରେ ଏହି ରାଙ୍କିଙ୍ଗ ପ୍ରଦାନ କରାଯାଇଥାଏ । ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କିଟ୍‍ ତାର ଉତ୍କର୍ଷତା ଓ ବିବିଧତା ପାଇଁ କ୍ୟୁଏସ୍‍ ଷ୍ଟାର୍‍ ରେଟିଂ ସିଷ୍ଟମ୍‍ ଦ୍ୱାରା ଭାରତରେ ପ୍ରଥମ ଥର ଲାଗି ଫାଇଭ୍‍ ଷ୍ଟାର ମାନ୍ୟତା ପାଇପାରିଛି। ଏହି ମାନ୍ୟତା ବଜାୟ ରଖିବା ପାଇଁ ଆମେ ଆମର ପ୍ରୟାସ ଜାରି ରଖିବୁ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

12 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

31 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

39 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

56 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago