କରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱ ବିଦ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା, ଆସନ୍ତା ଦୁଇଟି ଶିକ୍ଷାବର୍ଷ ପାଇଁ ମାଗଣାରେ ପଢ଼ିବାର ସୁଯୋଗ

ଭୁବନେଶ୍ବର: କରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱ ବିଦ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା । କରୋନା ମହାମାରୀ ଓଡ଼ିଶାର ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଥିବା ବେଳେ ଦୁଃଖରେ ଥିବା କରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍‌ ବିଶ୍ୱ ବିଦ୍ୟାଳୟ । କିଟ୍‌ ଓ କିସ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଅନୁରୋଧ କ୍ରମେ କିଟ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି । ଓଡ଼ିଶାରେ କରୋନାରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପରିବାରର କୌଣସି ପୁଅ ବା ଝିଅ କିଟରେ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମରେ ସମ୍ପୂର୍ଣ୍ଣ ମାଗଣାରେ ପଢ଼ିବାର ସୁଯୋଗ ଦିଆଯିବ ।

ଆସନ୍ତା ଦୁଇଟି ଶିକ୍ଷାବର୍ଷ ପାଇଁ ଏହା ଲାଗୁ ହେବ ବୋଲି କିଟ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । କିଟ୍‌ରେ ଆଇଟିଆଇ, ଡିପ୍ଲୋମା ସମେତ କିଟ୍‌ ବିଶ୍ୱ ବିଦ୍ୟାଳୟର ସମସ୍ତ ଟେକନିକାଲ, ଓ ପ୍ରଫେସନାଲ ଏଜୁକେସନରେ ଯୋଗ୍ୟତା ଅନୁସାରେ ନାମ ଲେଖାଇ ପାରିବେ । ବିପିଏଲ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଏବଂ ଆର୍ଥିକ ଅନଗ୍ରସର ବର୍ଗର ଛାତ୍ରଛାତ୍ରୀଙ୍କୁ ଅଗ୍ରାଧିକାର ଦିଆଯିବ ।

କରୋନା ମହାମାରୀ ସମୟରେ ଅସହାୟ ହୋଇପଡିଥିବା ଓଡ଼ିଶାବାସୀଙ୍କୁ କିଛିଟା ଆଶ୍ୱସ୍ତି ଦେବ ବୋଲି ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ସୂଚନା ଦେଇଛନ୍ତି । କରୋନା ମୃତକଙ୍କ ପିଲାଙ୍କୁ ମାଗଣାରେ ବୈଷୟିକ ଓ ବୃତ୍ତିଗତ ଶିକ୍ଷା ପାଇଁ ସୁଯୋଗ ଦେବାରେ କିଟ୍‌ ବିଶ୍ୱର ଏକମାତ୍ର ଅନୁଷ୍ଠାନ ବୋଲି କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.