କେନ୍ୟୁଜ୍(ବ୍ୟୁରୋ): କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ କିମ୍ସକୁ ମୋଷ୍ଟ ଇନୋଭେଟିଭ୍ ମେଡିକାଲ କଲେଜ ଓ ହସ୍ପିଟାଲ ପୁରସ୍କାର ପ୍ରଦାନ କରାଯାଇଛି । ଆଜି ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ଏସୀୟ ହେଲ୍ଥ କେୟାର ଆଣ୍ଡ ଏଜୁକେସନ୍ ସମିଟ୍ରେ କିମ୍ସକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଚିକିତ୍ସା ଓ ରୋଗୀ ସେବା କ୍ଷେତ୍ର୍ରରେ ସର୍ବଦା ନୂତନ ଓ ଅତ୍ୟାଧୁନିକ ପଦ୍ଧତି ଉପଯୋଗ ନିମନ୍ତେ କିମ୍ସକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।
ରିସର୍ଚ୍ଚ ଓ ମିଡିଆ ସଂସ୍ଥା ଏସିଆ ଟୁଡେ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ମାନେକା ଗାନ୍ଧୀ ଏହି ପୁରସ୍କାର ପ୍ରଦାନ କରିଥିଲେ । କିମ୍ସ ପକ୍ଷରୁ କିମ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡା. ବିଷ୍ଣୁ ପ୍ରସାଦ ପାଣିଗ୍ରାହୀ ଏହି ପୁରସ୍କାର ଗ୍ରହଣ କରିଥିଲେ । ଏଥିରେ ସନ୍ତୋଷ ବ୍ୟକ୍ତ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିମ୍ସ ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ଡାକ୍ତର, ଅଧ୍ୟାପକ ଅଧ୍ୟାପିକା ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଚିକିତ୍ସା ଓ ରୋଗୀ ସେବା କ୍ଷେତ୍ରରେ ନୂତନତ୍ୱକୁ ଆପଣାଇବା ପାଇଁ କିମ୍ସ ସର୍ବଦା ଗୁରୁତ୍ୱ ଦେଇଆସିଛି ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…