ରାଜ୍ୟ

ଭୁବନେଶ୍ୱର କିସ୍‌ରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱରରେ କିସ୍‌ ପକ୍ଷରୁ ମହିମା ଧର୍ମର ଆଦ୍ୟ ପ୍ରବକ୍ତା ସନ୍ଥକବି ଭୀମ ଭୋଇ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ କିସ୍‌ ପରିସରରେ ଥିବା ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀପକ କୁମାର ବେହେରାଙ୍କ ସମେତ ଭୀମ ଭୋଇ ଚେୟାରର ପ୍ରଫେସର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଭୀମ ଭୋଇଙ୍କ ମହାନ ଆଦର୍ଶ ଉପରେ ଆଲୋକପାତ କରିଥିଲେ।

ସେହିପରି ପବିତ୍ର ବୁଦ୍ଧ ଜୟନ୍ତୀ ଅବସରରେ ଡ. ସାମନ୍ତ ଭଗବାନ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ପ୍ରଣତି ଜଣାଇଥିଲେ। ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଡ. ସାମନ୍ତ ଭଗବାନ ବୁଦ୍ଧ ଓ ବୌଦ୍ଧ ଧର୍ମ ସମ୍ପର୍କରେ କହିଥିଲେ। ଏହି ଅବସରରେ କିଟ୍‌ ପରିସରରେ ଏକ ବୁଦ୍ଧ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ ହୋଇଥିଲା। ଖୁବ୍‌ ଶୀଘ୍ର କିଟ୍‌ ପରିସରରେ ଏକ ବୁଦ୍ଧ ମନ୍ଦିର ନିର୍ମାଣ କରାଯିବ ବୋଲି ଡ. ସାମନ୍ତ ସୂଚନା ଦେଇଥିଲେ।

 

KNews Bureau

Recent Posts

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

15 mins ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

3 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

4 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

4 hours ago