ଭୁବନେଶ୍ବର(କେନ୍ୟୁଜ୍): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଭୁବନେଶ୍ୱର କିସ୍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ୮୧.୧୨ ପ୍ରତିଶତ ରହିଥିବା ବେଳେ କିସ୍ରେ ଉଭୟ ବିଜ୍ଞାନ ଓ ବାଣିଜ୍ୟରେ ପାସ୍ ହାର ଶତ ପ୍ରତିଶତ ରହିଛି। ବିଜ୍ଞାନରେ ୪୦% ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ମଧ୍ୟ ୪୦ ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କନ୍ଧମାଳର ଝିଅ ସ୍ମିତାରାଣୀ ମଲ୍ଲିକ ବାଣିଜ୍ୟରେ ସର୍ବାଧିକ ୮୩ ପ୍ରତିଶତ ନମ୍ବର ରଖି କଲେଜ ଟପ୍ପର ହୋଇଛନ୍ତି।
ସେହିପରି ବିଜ୍ଞାନରେ ଝାଡ଼ଖଣ୍ଡର କାଜଲ ମାର୍ଡି ୮୨ ପ୍ରତିଶତ ନମ୍ବର ରଖି କଲେଜ ଟପ୍ପର ହୋଇଛନ୍ତି। କିସ୍ର ଫଳାଫଳରେ ଆନନ୍ଦ ପ୍ରକାଶ କରିବା ସହ କୌଣସି ସ୍କୁଲରେ ଜନଜାତି ପିଲାମାନେ ପ୍ରତିବର୍ଷ ଲଗାତାର ଶତ ପ୍ରତିଶତ ସଫଳତା ପାଇବା ନିଶ୍ଚିତ ଭାବେ ଏକ ଆଶ୍ଚର୍ଯ୍ୟର ବିଷୟ ଓ ଠାକୁରଙ୍କ ଆଶୀର୍ବାଦ ବିନା ସମ୍ଭବ ନୁହେଁ ବୋଲି କିସ୍ ଓ କିଟ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ କହିଛନ୍ତି। ଏହି ସଫଳତା ପଛରେ ନିରନ୍ତର ଉଦ୍ୟମ ଜାରି ରଖିଥିବା ଅଧ୍ୟାପକ ଅଧ୍ୟାପିକାଙ୍କୁ ଡ. ସାମନ୍ତ ଧନ୍ୟବାଦ ଜଣାଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…