କିଟ-କିସ ଓ କିମ୍ସ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର, ଯୋଗଦେଲେ କିଟ, କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଓ SRFTI ନିର୍ଦ୍ଦେଶକ ହିମାଂଶୁ ଖଟୁଆ
ଯାଜପୁର ଦଶରଥପୁର ବ୍ଲକର ବିରିପଟା ସରକାରୀ ଉଚ୍ଚ ବିଦ୍ୟାଳୟରେ କିମ୍ସ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ମନ୍ମଥ ଧଳ ଡିଗ୍ରୀ କଲେଜ ଆନୁକୂଲ୍ୟରେ ଆୟୋଜିତ ଏହି ସ୍ବାସ୍ଥ୍ୟ ଶିବିରକୁ ବାଚସ୍ପତି ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

କିଟ, କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ, ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ହିମାଂଶୁ ଖଟୁଆ, ବରିଷ୍ଠ ଭେଷଜ ବିଶେଷଜ୍ଞ ଡାକ୍ତର ସିବିକେ ମହାନ୍ତି, ସମାଜସେବୀ ବିଜୟ କୁମାର ଧଳ, ଯାଜପୁର ବିଧାୟକଙ୍କ ପ୍ରତିନିଧି କର୍ଣ୍ଣାଟ କେଶରୀ ଦାସ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ଯାଜପୁର ସିଡିଏମଓ ଶିବାଶିଷ ମହାରଣା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।
ଗ୍ରାମାଞ୍ଚଳରେ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏଭଳି ମେଗା ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। କିମସର ବିଭିନ୍ନ ବିଭାଗର ୭୦ରୁ ଊର୍ଦ୍ଧ୍ବ ବିଶେଷଜ୍ଞ ଡାକ୍ତର ଯୋଗଦେଇ ଲୋକମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେଇଛନ୍ତି।
ଏହି ଶିବିରରେ ୫୦୦୦ରୁ ଅଧିକ ଗ୍ରାମବାସୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ସମସ୍ତଙ୍କ ପାଇଁ ନିଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ମେଡ଼ିସିନ ଯୋଗାଇ ଦିଆଯିବାକୁ ବ୍ୟବସ୍ଥା କରାଯାଇଛି।