ନବୀନଙ୍କ ନୂଆ ଟିମ୍, ଜାଣନ୍ତୁ କାହାକୁ କେଉଁ ବିଭାଗ ମିଳିଲା
କେନ୍ୟୁଜ୍(ବ୍ୟୁରୋ): ନବୀନଙ୍କ ନୂଆ ଟିମ୍। ଶପଥ ନେଲେ ୨୧ ମନ୍ତ୍ରୀ। ଲୋକସେବା ଭବନ କନଭେନସନ୍ ହଲରେ ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସମସ୍ତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବରିଷ୍ଠ, ଅଭିଜ୍ଞ, ଯୁବ ଓ ମହିଳାଙ୍କୁ ନୂଆ ଟିମରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜଣଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି ।
କ୍ୟାବିନେଟ୍ ମନ୍ତ୍ରୀ ଭାବେ
- ଜଗନ୍ନାଥ ସାରକାଙ୍କୁ ମିଳିଛି ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ ଆଦିବାସୀ ଓ ଆଇନ ବିଭାଗ।
- ନିରଞ୍ଜନ ପୂଜାରୀଙ୍କୁ ଅର୍ଥ ଓ ସଂସଦୀୟ ବ୍ୟାପାର
- ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କୃଷି,ମତ୍ସ୍ୟ ଓ ପଶୁସମ୍ପଦ
- ପ୍ରମିଳା ମଲ୍ଲିକଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା
- ଉଷା ଦେବୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ
- ଟୁକୁନି ସାହୁଙ୍କୁ ଜଳସଂପଦ, ବାଣିଜ୍ୟ ଓ ପରିବହନ
- ପ୍ରଫୁଲ୍ଲ ମଲ୍ଲିକଙ୍କୁ ଇସ୍ପାତ, ପୂର୍ତ୍ତି ଓ ଖଣି
- ପ୍ରତାପ କେଶରୀ ଦେବଙ୍କୁ ଶିଳ୍ପ ଓ ଶକ୍ତି
- ଅତନୁ ସବ୍ୟସାଚୀ ନାୟକଙ୍କୁ ଖାଦ୍ୟ ଯୋଗାଣ ଓ ସମବାୟ
- ପ୍ରଦୀପ କୁମାର ଅମାତଙ୍କୁ ସୂଚନା ଓ ଲୋକସଂପର୍କ, ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ଓ ପାନୀୟ ଜଳ
- ନବକିଶୋର ଦାସଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
- ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ବିଜ୍ଞାନ ଓ କାରିଗରୀ କୈଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
- ରାଜେନ୍ଦ୍ର ଢୋଲକିଆଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ମିଳିଛି।
ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ
- ସମୀରରଞ୍ଜନ ଦାଶ ବିଦ୍ୟାଳୟ ଓ ଗଣଶିକ୍ଷା
- ଅଶ୍ୱିନୀ କୁମାର ପାତ୍ର ପର୍ଯ୍ୟଟନ, ଓଡ଼ିଆ ଭାଷା, ସଂସ୍କୃତି ଓ ଅବକାରୀ
- ପ୍ରୀତିରଞ୍ଜନ ଘଡ଼େଇ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ
- ଶ୍ରୀକାନ୍ତ ସାହୁ ଶ୍ରମ ଓ ନିଯୁକ୍ତି
- ତୁଷାରକାନ୍ତି ବେହେରା ଇଲୋକ୍ଟ୍ରେନିକ୍ସ, ଆଇଟି, କ୍ରୀଡ଼ା ଓ ଯୁବବ୍ୟାପାର , ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ ବି ଦିଆଯାଇଛି
- ରୋହିତ ପୂଜାରୀ ଉଚ୍ଚଶିକ୍ଷା
- ରୀତା ସାହୁ ହସ୍ତତନ୍ତ ଓ ବୟନ ଶିଳ୍ପ
- ବାସନ୍ତୀ ହେମ୍ବ୍ରମ ମହିଳା ଶିଶୁ କଲ୍ୟାଣ ଓ ମିସନ୍ ଶକ୍ତ ବିଭାଗ